ଭୁବନେଶ୍ବର ,୦୨/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ଧୀରେ ଧୀରେ କମ୍ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୮ ଜଣ ସଂଗରୋଧ କେନ୍ଦ୍ରରୁ ଓ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ରେ ପହଞ୍ଚିଛି। ସେହିପରି ଏବେ ବି ସକ୍ରିୟ ଅଛନ୍ତି ୨୪୫୧ ଜଣ। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୫ ହଜାର ୭୩୩ ଜଣ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦କୁ ବୃଦ୍ଧି ହୋଇଥିବା ସହ


















