Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଆସନ୍ତା ୧୧ରୁ ଖୋଲିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ

ଆସନ୍ତା ୧୧ରୁ ଖୋଲିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ

212
ADVERTISEMENT

ଭୁବନେଶ୍ବର,୦୩/୦୧/୨୧(ଡ଼ି.ଏଚ/ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ଜଣାଯାଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଶେଷ ସେମିଷ୍ଟର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ଏଥିରେ କୁହାଯାଇଛି।
ରାଜ୍ୟରେ କୋଭିଡ୍ -୧୯ ସ୍ଥିତିରେ ଉନ୍ନତି ଓ ପାଠପଢ଼ାରେ କ୍ଷତି ବିଷୟକୁ ବିଚାର କରି ଏହି ନିଷ୍ପତ୍ତି ନିଆଯାଇଛି। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ସୂଚନା ଦିଆଯାଇଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଆହୁରି କୁହାଯାଇଛି ଯେ ଜାନୁଆରି ୧୧ରୁ ମାର୍ଚ୍ଚ ୧୫ ତାରିଖ ଯାଏଁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ପାଠପଢା ଚାଲିବ। ଏଣେ ମାର୍ଚ୍ଚ ୧୬ରୁ ୩୧ ତାରିଖ ଯାଏଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସେମିଷ୍ଟାର ପରୀକ୍ଷା ଜାରି ହେବ।

Advertisement