Thursday, November 5, 2026
ADVERTISEMENT
Home ମୁଖ୍ୟ ଖବର ଦୁର୍ନୀତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ : ଜେଲ୍ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ : ଜେଲ୍ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

180
ADVERTISEMENT

ଭୁବନେଶ୍ବର,୦୫/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡିଆଇଜି, ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ ଅଟନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ବ ଦେଇ ଆସିଛନ୍ତି। ଅପାରଗ ତଥା ଅସାଧୁ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ସବୁବେଳେ ଜୋର ଦେଇ ଆସିଛନ୍ତି ଏବଂ ପ୍ରଶାସନରୁ ଦୁର୍ନୀତି ଓ ଅପାରଗତା ଦୂର କରିବାପାଇଁ ସବୁବେଳେ କଠୋର ପଦକ୍ଷେପ ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଜେଲ ବିଭାଗର ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ । ଶ୍ରୀ ମଲ୍ଲିକ୍ ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବରେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବାର ଅଭିଯୋଗ ରହିଥିଲା । ଜେଲ ବିଭାଗରେ ତାଙ୍କରକାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା ।

Advertisement