ନୂଆଦିଲ୍ଲୀ,୦୬/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ୧୮,୦୮୮ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୩୭୪, ୯୩୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୦୮୮ କରୋନାଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୨୬୪ ମୃତ୍ୟୁ ରେକର୍ଡ କରାଯାଇଛି । ଏବେ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦, ୩୭୪, ୯୩୨। ଗତ ୨୪ ଘଣ୍ଟାରେ ୨୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୧୧୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୧, ୩୧୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୯, ୯୭, ୨୭୨। ଏଥିସହ ଦେଶରେ ସୁସ୍ଥତାହାର ୯୬.୩୬%ରେ ପହଞ୍ଚିଥିବା ବେଳେ ମୃତ୍ୟୁହାର ୧.୪୫%ରେ ରହିଛି। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୨୭,୫୪୬। ଗତ ୧୬ ଦିନ ହେବ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦେଶର ସମୁଦାୟ ଆକ୍ରାନ୍ତଙ୍କର ୨% ଥିବା ଜଣାପଡ଼ିଛି।




















