ଭୁବନେଶ୍ୱର,୦୬/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମଣ ହାର କିଛି ଦିନ କମିବା ପରେ ପୁଣି ଆଜି ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ୨୮ ଟି ଜିଲ୍ଲାରୁ ଏହି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୯୮ ଲୋକାଲ କେସ ଥିବା ଜଣାଯାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୯୨୧ଥିବାବେଳେ ସୁସ୍ଥ ହୋଇ ଫେରିଛନ୍ତି ୩,୨୬,୭୭୮। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୨୨୦୩।


















