Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ

ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ

169
ADVERTISEMENT

ନୂଆଦିଲ୍ଲୀ,୧୦/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ଦେଶରେ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ। ଟିକା ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଦେଶର ୩ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମେ ସ୍ୱାସ୍ଥ୍ୟ କର୍ମୀ ଏବଂ ସମ୍ମୁଖ କର୍ମୀଙ୍କୁ ଦିଆଯିବ। ପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବିଭିନ୍ନ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ। ଏପଟେ ରାଜ୍ୟରେ ପ୍ରଥମ ପଯର୍ୟାୟରେ ଟିକା ନେବାକୁ ଥିବା ୩ ଲକ୍ଷ ୨୮ ହଜାର ସ୍ୱାସ୍ଥ୍ୟ କର୍ମୀଙ୍କ ଡାଟାବେସ୍ ପ୍ରସ୍ତୁତ ହୋଇଛି। ଏହାପରେ ପୋଲିସ୍, ପୌର କର୍ମଚାରୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର କର୍ମକର୍ତ୍ତାଙ୍କୁ ଟିକାକରଣ କରାଯିବ।

Advertisement