ଭୁବନେଶ୍ୱର,୧୭/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୯ ହଜାର ୩୧୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦୩୯ଜଣ । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରକାଶ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୧୦ ଜଣ, ବୌଦ୍ଧରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୩ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୪ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୧୯ଜଣ, ମୟୂରଭଞ୍ଜରୁ୮ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୮ ଜଣ, ପୁରୀରୁ ୧୩ ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି। ଏଣେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।


















