Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ସ୍ୱାଭାବିକ ହେଲା ଜଗ‌ା ଦର୍ଶନ : ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ ଆରମ୍ଭ

ସ୍ୱାଭାବିକ ହେଲା ଜଗ‌ା ଦର୍ଶନ : ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ ଆରମ୍ଭ

168
ADVERTISEMENT

ପୁରୀ,୨୦/୦୧/୨୧(ଡ଼ି.ଏଚ/ବ୍ୟୁରୋ) : ଆସନ୍ତାକାଲିଠୁ ସ୍ୱାଭାବିକ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା । ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ, ପ୍ରାୟ ୩୦ ହଜାର ଭକ୍ତ କାଳିଆ ଦର୍ଶନ କରିବେ । ଡିଆଇଜି ଓ ଜିଲ୍ଲାପାଳ ପହଂଚି ଏନେଇ ଅନୁଧ୍ୟାନ କରିଛନ୍ତି । ବ୍ୟାରିକେଡ ସ୍ଥାନ ବୁଲି ଦେଖିଛନ୍ତି । ସିଂହଦ୍ୱାରରେ ସୁରକ୍ଷା ଓ ଦର୍ଶନ ବ୍ୟବସ୍ଥାର ତଦାରଖ କରିଛନ୍ତି । ଏଥିପାଇଁ ପ୍ରାୟ ୨୬ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ କରାଯିବ । ଡିସେମ୍ବର ୨୩ରୁ ଶ୍ରୀମନ୍ଦିର ଖୋଲିଥିଲା । ପ୍ରଥମେ ସେବାୟତ ପରିବାର ଓ ପୁରୀବାସୀ ଜଗା ଦର୍ଶନ କରିଥିଲେ । ଏହା ପରେ ଜାନୁଆରୀ ୩ରୁ ସର୍ବସାଧାରଣଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା । କିନ୍ତୁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଥିଲା, ଯାହା ପାଇଁ ଅନେକ ଭକ୍ତ ଦୂରଦୁରାନ୍ତରୁ ଆସି ନିରାଶ ହୋଇ ଫେରୁଥିଲେ ।

Advertisement