Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

184
ADVERTISEMENT

ଭୁବନେଶ୍ବର,୨୫/୦୧/୨୧ (ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ଫେରିଲେଣି ୩ ଲକ୍ଷ ୩୧ ହଜାର ୧୪୪ । ଏବେ ବି ସକ୍ରିୟ ଅଛନ୍ତି ୧୩୨୭ ଜଣ । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବ ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୩ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୩ ଜଣ, ଜତଗତ୍‌ସିଂହପୁରରୁ ୪ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୩ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୩୨ ଜଣ, ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ‌ହୋଇଛନ୍ତି। ଏପଟେ କରୋନାରେ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛିି ।

Advertisement