Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ୨୪ ଘଣ୍ଟାରେ ୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

173
ADVERTISEMENT

ଭୁବନେଶ୍ୱର,୨୬/୦୧/୨୧ (ଡ଼ି.ଏଚ/ବ୍ୟୁରୋ) : ୭ ମାସ ପରେ ୧୦୦ରୁ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ ଯୋଦ୍ଧାଙ୍କୁ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଜଣାଇଲା ଶୁଭେଚ୍ଛା। କୋଭିଡ ଯୋଦ୍ଧାଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁଁ ଶହେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା।୨୦୨୦ ଜୁନ୍ ୬ ପରେ ପ୍ରଥମ କରି ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରୁ କମିଲା। ରାଜ୍ୟରେ ୨୪ ଘଣ୍ଟାରେ ୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୯ ଜିଲ୍ଲାରୁ ମୋଟ୍ ୯୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୧ ଜିଲ୍ଲାରୁ କୌଣସି ବ୍ୟକ୍ତି ଆକ୍ରାନ୍ତ ଚିହ୍ନଟ ହୋଇନଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ୨୪ ଘଣ୍ଟାରେ କ୍ୱାରେନଣ୍ଟିନରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ମୋଟ୍ ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisement