Friday, November 6, 2026
ADVERTISEMENT
Home ରାଜ୍ୟ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

166
ADVERTISEMENT

ଭୁବନେଶ୍ୱର,୨୭/୦୧/୨୧ (ଡ଼ି.ଏଚ/ବ୍ୟୁରୋ) : ଭୁବନେଶ୍ୱର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଶୁଭେନ୍ଦୁ କୁମାର ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢ଼ଉ ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ, ଶୁଭେନ୍ଦୁ କୁମାର ପ୍ରଧାନଙ୍କ ହାଉସିଂ ବୋର୍ଡ଼ କଲୋନୀରେ ଥିବା ଘର, ପୁରୀର ଶ୍ରୀଚନ୍ଦନପୁର ଠାରେ ଥିବା ନିଜ ପୈତୃକ ଘର ଓ ଭୁବନେଶ୍ୱର ବ୍ଲକରେ ଥିବା ଅଫିସ ଚାମ୍ବରରେ ଭିଜିଲାନ୍ସ ଚଢ଼ଉ କରିଛି। ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ଉ କରାଯାଉଥିବା ଜଣାଯାଇଛି।

Advertisement