ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବଲାଙ୍ଗିର ଷ୍ଟେସନଠାରେ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ

165
ADVERTISEMENT

ବଲାଙ୍ଗୀର,୨୯/୦୧/୨୧ (ସୁନୀଲ ତ୍ରିପାଠୀ): ପୂର୍ବ ତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ୨୮ ଜାନୁୟାରୀ -୨୦୨୧ରେ ବଲାଙ୍ଗୀର ଷ୍ଟେସନରେ ଏକ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା । ଏହି ଅଭ୍ୟାସ ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନଡିଆରଏଫ), ଓଡିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ, ସ୍ଥାନୀୟ ପ୍ରଶାସନ, ରାଜ୍ୟ ଅଗ୍ନିଶମ ସେବା, ରାଜ୍ୟ ସ୍ୱାସ୍ଥ୍ୟ ସେବା, ରେଳ ସ୍କାଉଟ୍ସ ଆଣ୍ଡ ଗାଇଡ୍, ବଲାଙ୍ଗୀରର ସ୍ଥାନୀୟ ଏନଜିଓ ଏବଂ ରେଳ ବିଭାଗର ସମସ୍ତ ବିଭାଗ ଅଂଶଗ୍ରହଣ କରିଥିଲେ। । ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସମୟରେ ଆଧୁନିକ ଯନ୍ତ୍ରପାତି ଯଥା ରେଳ କୋଚ କାଟିବା ମେସିନ, ଅଗ୍ନି ନିର୍ବାପକ ଏବଂ ଶୀଘ୍ର ଚିକିତ୍ସା ସ୍ଥାନାନ୍ତର ଭଳି ଆଧୁନିକ ଉପକରଣ ଇତ୍ୟାଦି ବ୍ୟବହାର କରାଯାଇଥିଲା ​​। ସମ୍ବଳପୁର ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ପ୍ରଦୀପ କୁମାର ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସ୍ଥାନ ପରିଦର୍ଶନ କରି ସମସ୍ତ ଅଂଶଗ୍ରହଣକାରୀଙ୍କ ସହ ଯୋଗାଯୋଗ କରିଥିଲେ । ଶ୍ରୀ କୁମାର କହିଛନ୍ତି ଯେ ଏହି ଅଭ୍ୟାସ ରେଳବାଇ ଏବଂ ସମସ୍ତ ଅଂଶଗ୍ରହଣକାରୀ ସଂସ୍ଥାକୁ ଯେକୌଣସି ଅପ୍ରତ୍ୟାଶିତ ପରିସ୍ଥିତିର ଗଭୀର ତଥା ସମନ୍ୱିତ ମୁକାବିଲା କରିବାରେ ସାହାଯ୍ୟ କରିବ ଯାହା ଦ୍ୱାରା ପୀଡିତଙ୍କ ଅସୁବିଧା କମ୍ ହୋଇପାରିବ ଏବଂ ସମସ୍ତ ଏଜେନ୍ସିର ପ୍ରତିକ୍ରିୟା ସମୟକୁ କମ୍ କରିବାରେ ମଧ୍ୟ ସାହାଯ୍ୟ କରିବ । ସମ୍ବଲପୁର ରେଳମଣ୍ଡଳର ବରିଷ୍ଠ ନିରାପତ୍ତା ଅଧିକାରୀ ଶ୍ରୀ ସଞ୍ଜୟ କୁମାର ତ୍ରିପାଠୀ ବିପର୍ଯ୍ୟୟ ପରିଚାଳନାରେ ଯୋଗ ଦେଇଥିବା ସମସ୍ତ ବିଭାଗୀୟ କର୍ମକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ନିତିନ କୁଶଳକର ମଧ୍ୟ ଯୋଗଦାନ କରି ବିପର୍ଯ୍ୟୟ ପରିଚାଳନାରେ ଅଂଶଗ୍ରହଣ କରିଥିବା କର୍ମକର୍ତା ମାନଙ୍କୁ ଉତ୍ସାହିତ କରିଥିଲେ ।

Advertisement