Thursday, November 5, 2026
ADVERTISEMENT
Home ରାଜ୍ୟ ଫେବ୍ରୁଆରି ପହିଲାରୁ ଖୋଲିବ ଅଙ୍ଗନୱାଡ଼ି: ବିବାହ ଓ ଶୁଦ୍ଧଘରରେ ୫୦୦ଲୋକଙ୍କୁ ଅନୁମତି

ଫେବ୍ରୁଆରି ପହିଲାରୁ ଖୋଲିବ ଅଙ୍ଗନୱାଡ଼ି: ବିବାହ ଓ ଶୁଦ୍ଧଘରରେ ୫୦୦ଲୋକଙ୍କୁ ଅନୁମତି

209
ADVERTISEMENT

ଭୁବନେଶ୍ୱର,୩୦/୦୧/୨୧ (ଡ଼ି.ଏଚ/ବ୍ୟୁରୋ) : କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଫେବ୍ରୁଆରି ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି । ଫେବ୍ରୁଆରି ୧ରୁ ୨୮ ଯାଏଁ ଜାରି ରହିବ ଏହି ଗାଇଡଲାଇନ । ନୂଆ ଗାଇଡଲାଇନ୍‌ ଅନୁସାରେ କଣ୍ଟେନ୍‌ମେଣ୍ଟ ଜୋନ୍‌ ଅଞ୍ଚଳରେ ଲକ୍‌ଡାଉନ୍‌ ଜାରି କରାଯାଇପାରିବ। ତେବେ କଣ୍ଟେନମେଣ୍ଟ୍ ଜୋନ ବାହାରେ କିପରି ଗତିବିଧି ରହିବ ସେ ନେଇ ଗାଇଡଲାଇନରେ ସ୍ପଷ୍ଟ ସୂଚନା ଦିଆଯାଇଛି। ଗୋଟିଏ ପକ୍ଷରେ ଫେବ୍ରୁଆରିରେ ସ୍କୁଲ ଓ କଲେଜ ଖୋଲିବା ନିଷ୍ପତ୍ତି ଯଥାକ୍ରମେ ଗଣଶିକ୍ଷା ବିଭାଗ ଓ ଉଚ୍ଚଶିକ୍ଷା ବିଭାଗ ଉପରେ ଛଡ଼ା ଯାଇଥିବା ବେଳେ ଫେବ୍ରୁଆରି ୧ରୁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲାଯିବ ବୋଲି କୁହାଯାଇଛି ।ଏହା ସହ ଅନ୍ତିମକ୍ରିୟା ଏବଂ ବିବାହ ପାଇଁ ଯୋଗଦାତାଙ୍କ ସଂଖ୍ୟାକୁ ରାଜ୍ୟ ସରକାର ୫୦୦କୁ ବୃଦ୍ଧି କରିଛନ୍ତି । ଗତ ମାସରେ ଏହା ୧୦୦ରେ ସୀମିତ ଥିଲା। ଏବେ ସାମାଜିକ, ଧାର୍ମିକ, ରାଜନୈତିକ, କ୍ରୀଡା ସମାବେଶ ପାଇଁ ମଧ୍ୟ ୫୦୦ ଜଣଙ୍କୁ ଅନୁମତି ମିଳିଛି । ଏନେଇ ସ୍ଥାନୀୟ ପ୍ରଶାସନ ଠାରୁ ଅନୁମତି ନେବାକୁ ପଡିବ । ତେବେ ବନ୍ଦ କୋଠରୀ ମଧ୍ୟରେ ୫୦ପ୍ରତିଶତ ଲୋକଙ୍କୁ ନେଇ କାର୍ଯ୍ୟକ୍ରମ ଚାଲିବା ସହ ସମସ୍ତ କରୋନା କଟକଣା ପାଳନ କରିବାକୁ ସରକାର କହିଛନ୍ତି । ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବା ନେଇ ବେସାମରିକ ବିମାନ ଚଳାଚଳ / ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ନେବେ। ଅବରୋଧ ଅଞ୍ଚଳର ସୀମା ଜିଲ୍ଲାପାଳ ଓ ସ୍ଥାନୀୟ କର୍ତ୍ତୃପକ୍ଷ ସ୍ଥିର କରିବା ସହ ଖୋଲା ସ୍ଥାନରେ ସମସ୍ତଙ୍କୁ ସାମଜିକ ଦୂରତା ମାନିବାକୁ କୁହାଯାଇଛି।

Advertisement