Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ

221
ADVERTISEMENT

ଭୁବନେଶ୍ୱର,୦୫/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୬୧୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୯୪ ଜଣ ସଂକ୍ରମିତ । ଗତ ୨୪ ଘଣ୍ଟାରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୧୨ ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୧୬ ଜଣ, ଦେଓଗଡ଼ରୁ ୩ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରରୁ ୨ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୪ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ସୂଚନା ରହିଛି।

Advertisement