Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

199
ADVERTISEMENT

ଭୁବନେଶ୍ୱର,୦୮/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୯୪୮ ଜଣ ଓ ‌ଏବେ ବି ସକ୍ରିୟ ଅଛନ୍ତି ୭୮୧ ଜଣ । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଦେଓଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୬ ଜଣ, ଖୋ‌ର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ୭ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Advertisement