Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

192
ADVERTISEMENT

ଭୁବନେଶ୍ୱର,୧୧/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୨୨୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୦୧ ଜଣ । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୨ ଜଣ, କଟକରୁ ୧୧ ଜଣ, ଦେଓଗଡ଼ରୁ ୫ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ୩ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Advertisement