Thursday, November 5, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ

233
ADVERTISEMENT

ଭୁବନେଶ୍ୱର,୧୩/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୩୫୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୮୭ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୯ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩ ଜଣ, ସମ୍ବଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଚିହ୍ନଟ ‌ହୋଇଛନ୍ତି।

Advertisement