Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ୨୪ ଘଣ୍ଟାରେ ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

172
ADVERTISEMENT

ଭୁବନେଶ୍ୱର,୧୯/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ପୁଣି ଥରେ ୧୦୦ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗରୁ ସୂଚନା ମିଳିଛି। ଚିହ୍ନଟ ହୋଇଥିବା ସମସ୍ତ ରୋଗୀ ୧୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ୨୪ ଘଂଟାରେ ସଂଗରୋଧ କେନ୍ଦ୍ରରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୧୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୮୮୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୫୮ ଜଣ କରୋନା ଆକ୍ରାନ୍ତ। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୩ ଜଣ, କୋରାପୁଟ ରୁ ୩ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୨ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀର ଓ ବୌଦ୍ଧରୁ ଜଣେ ଲେଖାଏଁ, କଟକ ରୁ ୩ ଜଣ,ସମ୍ବଲପୁରରୁ ୧୧ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଭୁବନେଶ୍ୱରରେ ଜଣେ ୭୪ ବର୍ଷିୟ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି। ଏଥିନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍ ଉପରେ କହିବାକୁ ଗଲେ, କିଛି ଦିନ ପରେ ପୁଣି ଥରେ କରୋନା ସଂକ୍ରମିତଙ୍କ ଜୀବନ ଯିବାରେ ଲାଗିଛି, ଯାହାକୁ ନେଇ ଏବେ ଚିନ୍ତା ପୁଣି ଥରେ ବଢିବାକୁ ଲାଗିଛି।

Advertisement