Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

199
ADVERTISEMENT

ଭୁବନେଶ୍ୱର,୨୦/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ରାଜ୍ୟରେ କ୍ରମାଗତ ଭାବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ପରେ ବି ଡର ଛାଡୁନାହିଁ। କାରଣ ଦେଶର ଅନେକ ରାଜ୍ୟରେ ପୁଣି ଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ନେଇ ସୂଚନା ମିଳିବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବି ବଢିଛି। କିନ୍ତୁ ରାଜ୍ୟରେ କରୋନା ସ୍ଥିତି ଏତେଟା ଉଦବେଗଜନକ ନାହିଁ। ଗତ ୨୪ ଘଂଟାରେ ରାଜ୍ୟରେ ୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଂଟରରୁ ୩୫ ଜଣ ଓ ସ୍ଥାନୀୟ ଅଂଚଳରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ସମସ୍ତ ଆକ୍ରାନ୍ତ ୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫, ବାଲେଶ୍ୱରରୁ ୩, ବରଗଡ଼ରୁ୨,ଭଦ୍ରକରୁ ଓ କଟକରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେବଗଡରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଯାଜପୁରରୁ ୩, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, ଖୋର୍ଧାରୁ ୭, କୋରାପୁଟ ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆପଡ଼ାରୁ ୩, ପୁରୀରୁ ଜଣେ, ସମ୍ବଲପୁରରୁ ୨ ଓ ସୁନ୍ଦରଗଡ଼ରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଷ୍ଟେଟ୍‌ପୁଲର ସଂଖ୍ୟା ୧ ରହିଛି।

Advertisement