ଦେଶରେ ଦିନକରେ ଆଉ ୧୩,୧୯୩ ନୂଆ କରୋନା ପଜିଟିଭ ଚିହ୍ନଟ

166
ADVERTISEMENT

ନୂଆଦିଳ୍ଲୀ,୨୦/୦୨/୨୧(ଡ଼ି.ଏଚ/ବ୍ୟୁରୋ) : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଏଥିରେ ବୃଦ୍ଧି ହୋଇଥିବା ଦେଖାଯାଇଛି। ଦିନକରେ ଆଉ ୧୩,୧୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୬୩,୩୯୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ୯୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୬,୧୧୧ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୦,୮୯୬ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୬,୬୭,୭୪୧ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୩୯,୫୪୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Advertisement