Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

167
ADVERTISEMENT

ଭୁବନେଶ୍ୱର ,୨୨/୦୨/୨୧(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ପୁଣି ୬୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫ରେ ପହଞ୍ଚିିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୧୦୭ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୩୧ ଜଣ । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଳାରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୬ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୨ ଜଣ, ଦେଓଗଡ଼ରୁ ୪ ଜଣ, ଗଜପତିରୁ ଜଣେ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୩ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Advertisement