କୋରାପୁଟ ଜିଲ୍ଲା ପୁଲିସ ଦ୍ୱାରା ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ

203
ADVERTISEMENT

କୋରାପୁଟ,୨୩/୦୨/୨୧(ଡ଼ି.ଏଚ/ବ୍ୟୁରୋ): କୋରାପୁଟ ଜିଲ୍ଲା ଲମତାପୁଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବାର ଖବର ମିଳିଛି। ଚୋରାଚାଲାଣ ସମୟରେ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରାଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ଦ୍ବାରା ପେଟା ଗ୍ରାମ ନିକଟରେ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ପେଟା ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନକୁ ଅଟକାଇଥିଲେ। ସେଥିରୁ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା। ପୁଲିସ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Advertisement