Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ

175
ADVERTISEMENT

ଭୁବନେଶ୍ବର,୨୫।୦୨(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୩୩୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୨୩ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୯ ଜଣ, ବରଗଡ଼ରରୁ ୬ ଜଣ, ବୌଦ୍ଧରୁ ଜଣେ, କଟକରୁ ୪ ଜଣ, ‌ଦେବଗଡ଼ରୁ ୪ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୯ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Advertisement