୨୪ ଘଣ୍ଟାରେ ଦେଶରେ ୧୬,୭୫୨ ନୂଆ ସଂକ୍ରମଣ ଚିହ୍ନଟ, ୧୧୩ ଆକ୍ରାନ୍ତ ମୃତ

187
ADVERTISEMENT

ନୂଆଦିଲ୍ଲୀ,୨୮/୦୨(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ୧୬,୭୫୨ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୭୫୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୯୬,୭୩୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୦୫୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୭୧୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୭୫,୧୬୯। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ହେଉଛି ୯୭.୧୪%। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୪,୫୧୧ରେ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୩,୦୧,୨୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୭ ସୁଦ୍ଧା ସମୁଦାୟ ୨୧,୬୨,୩୧,୧୦୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୯୫,୭୨୩ଟି ନମୁନା।

Advertisement