Friday, November 6, 2026
ADVERTISEMENT
Home ଆଞ୍ଚଳିକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ :ବିକାଶ ଅନୁଷ୍ଠାନ ପକ୍ଷରୁ ପଥପ୍ରାନ୍ତ ନାଟକ ମାଧ୍ୟମେ

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ :ବିକାଶ ଅନୁଷ୍ଠାନ ପକ୍ଷରୁ ପଥପ୍ରାନ୍ତ ନାଟକ ମାଧ୍ୟମେ

573
ADVERTISEMENT

ବ୍ରହ୍ମପୁର,୭/୩,(ସୁଦାମ ମହାରଣା) :ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବିକାଶ ଅନୁଷ୍ଠାନ ପକ୍ଷରୁ ସଡକ ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ହାଇସ୍କୁଲରେ ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ସଚେତନତା କରାଯାଉଛି । ତିନି ଦିନ ବ୍ୟାପି ବିଭିନ୍ନ ଛକ ସ୍ଥାନରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଅନୁଷ୍ଠାନ ସଭାପତି ବରିଷ୍ଠ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ପୁରୁଷୋତ୍ତମପୁର କାଳିମନ୍ଦିର ଛକଠାରେ ଏକ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତା କରାଯାଇଥିଲା । କାର୍ଯ୍ୟକ୍ରମରେ ବିକାଶ ଅନୁଷ୍ଠାନର ସମ୍ପାଦକ ଗୋକୁଳ ଚନ୍ଦ୍ର ଦାସ, ବରିଷ୍ଠ ଶିକ୍ଷାବିତ୍ ଏ ରାଜ ଗୋପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Advertisement