ଦେଶରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। :୨୪ ଘଣ୍ଟାରେ ୨୫ ହଜାର ୩୨୦ ନୂଆ ସଂକ୍ରମିତ ଚିହ୍ନଟ

427
ADVERTISEMENT

ନୂଆଦିଲ୍ଲୀ,୧୪/୩,(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ୨୪,୮୮୨ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୩୩ ନିୟୁତ ଟପିଯାଇଛି । ଗତ ୮୩ ଦିନ ମଧ୍ୟରେ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ। ଡିସେମ୍ବର ୨୦ ଦିନ ସମଗ୍ର ଦେଶରେ ୨୬,୬୨୪ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିଲା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪,୮୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୩,୩୩,୭୨୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୪୪୬ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୯୫୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୯,୭୩,୨୬୦ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୦୨,୦୨୨ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୭୪%।

Advertisement