Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଉଦଘାଟିତ

ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଉଦଘାଟିତ

308
ADVERTISEMENT

ପାରଳାଖେମୁଣ୍ଡି,୧୫/୩,(ପ୍ରଭାତ କୁମାର ପାତ୍ର): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି ଉତ୍ସବକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଅନୁପମ ସାହା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ମହେଶ ଚୌଧୁରୀ, କାଶୀନଗର ବ୍ଳକ ଅଧ୍ୟକ୍ଷ ସିଏଚ ସୀମାଦ୍ରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କୈଳାଶ ଚନ୍ଦ୍ର ସାମନ୍ତରାୟ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀନିବାସ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ଆଜିଠାରୁ ଚଳିତ ମାସ ୧୯ ତାରିଖ ପର୍ଯ୍ୟନ୍ତ ଚାଲୁରହିବ । ଆଜି ରାଜ୍ୟ ସ୍ତରୀୟ କୃଷି ମହୋତ୍ସବର ସିଧା ପ୍ରସାରଣ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ କୃଷି ବିଭାଗ ପେଜରୁ ସିଧା ପ୍ରସାରଣ ହେବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମତ୍ସ ଅଧିକାରୀ, ଜିଲ୍ଲା କୃଷି ଉପ ନିର୍ଦ୍ଦେଶକ, ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ, ବିଭିନ୍ନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିବା ସହ ବିଭିନ୍ନ ବ୍ଳକରୁ ଚାଷୀ ଉପସ୍ଥିତ ଅଛନ୍ତି । ଏହା ସହ ଉତ୍ସବ ସ୍ଥଳରେ ଚାଷୀଙ୍କୁ ଉତ୍ସାହିତ କରିବା ଲାଗି କୃଷି ସମ୍ପର୍କିତ ବିଭିନ୍ନ ଷ୍ଟଲ ଖୋଲାଯାଇଛି

Advertisement