ନୂଆଦିଲ୍ଲୀ,୨୧/୩ (ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ୪୩,୮୪୬ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୫ କୋଟିରୁ ଯଥେଷ୍ଟ ଅଧିକ ହୋଇଯାଇଛି। ଏପର୍ଯ୍ୟନ୍ତ ବର୍ଷ ୨୦୨୧ରେ ଏହା ହେଉଛି ରେକର୍ଡସଂଖ୍ୟକ ସର୍ବାଧିକ ଦୈନିକ ସଂକ୍ରମଣ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୮୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୫,୯୯,୧୩୦ରେ ପହଞ୍ଚିଛି।





















