ଭୁବନେଶ୍ୱର,୨୧/୩ (ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଲଗାତାର ଭାବରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ଗତ ୨୪ ଘଂଟାରେ ୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫୮ ଜଣ କ୍ୱାରେଣ୍ଟାଇନ ସେଂଟରରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ଅର୍ଥାତ୍ ସ୍ଥାନୀୟ ଅଂଚଳରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ସଂକ୍ରମିତ ୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୯ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ସୂଚନା ଅନୁସାରେ, ଅନୁଗୁଳରୁ ୪, ବାଳେଶ୍ୱରରୁ ୪, ବରଗଡ଼ରୁ ୫, ଭଦ୍ରକରୁ ୬, ବଲାଙ୍ଗିରରୁ ୭, କଟକରୁ ୯, ଦେବଗଡରୁ ୨, ଯାଜପୁର ଓ ଝାରସୁଗୁଡାରୁ ତିନି ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


















