Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

178
ADVERTISEMENT

ଭୁବନେଶ୍ୱର,୨୨/୩ (ଡ଼ି.ଏଚ/ବ୍ୟୁରୋ): ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୭ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୯ଜଣ ରହିଛନ୍ତି । ଆଜି ଅନୁଗୁଳରୁ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ଜଣ, ବରଗଡ଼ରୁ ୩ଜଣ, ବଲାଙ୍ଗୀରରୁ ୯ଜଣ, କଟକରୁ ୨୫ଜଣ, ଗଞ୍ଜାମରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଧାରୁ ୩୫ଜଣ, ମୟୁରଭଞ୍ଜରୁ ୧୩ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୨ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୨ଜଣ ଓ ଷ୍ଟେଟପୁଲରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisement