Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

156
ADVERTISEMENT

ଭୁବନେଶ୍ୱର,୨୨/୩ (ଡ଼ି.ଏଚ/ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ଣପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍‌ପିଟାଲ(ଏମକେସିଜି)ରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ ମେଡିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏମକେସିଜି ମେଡିକାଲ କଲେଜରେ ଉପରୋକ୍ତ ଦୁଇ ସୁପର ସ୍ପେଶାଲିଟି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡ଼ିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପର ସ୍ପେଶାଲିଟି ଚିକିତ୍ସା ସୁବିଧା ଉପଲବ୍ଧ ହେବା ଦ୍ବାରା ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।

Advertisement