Friday, November 6, 2026
ADVERTISEMENT
Home ମୁଖ୍ୟ ଖବର ବଢୁଛି କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୦...

ବଢୁଛି କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୦ କରୋନା ରୋଗୀ ଚିହ୍ନଟ

543
ADVERTISEMENT

ଭୁବନେଶ୍ବର,୨୪/୩ (ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୨୬୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୦୦୮ ଜଣ ଆକ୍ରାନ୍ତ । ଦିନକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୫ ଜଣ, କଟକରୁ ୨୩ ଜଣ, ଦେଓଗଡ଼ରୁ ୩ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୩ ଜଣ, କୋରାପୁଟ୍‌ରୁ ୨ ଜଣ, ମୟୂରଭଞ୍ଜରୁ ୮ ଜଣ, ନୂଆପଡ଼ାରୁ ୨୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ା‌ରୁ ୨ ଜଣ, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ୍‌ପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Advertisement