ଭୁବନେଶ୍ୱର,୩୦/୩ (ଡ଼ି.ଏଚ/ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବନୂମାନ କରାଯାଇଛି। ତେବେ ଗ୍ରୀଷ୍ମପ୍ରବାହର ସ୍ଥିତି ଉପରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ନଜର ରଖିଛନ୍ତି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼, ଖୋର୍ଧା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲା ରହିଛି । ସାଧାରଣ ଜନତାଙ୍କ ପାଇଁ ଉତ୍ତାପ ସହନଶୀଳ ରହିଛି। କିନ୍ତୁ ଦୁର୍ବଳ ଲୋକ, ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପାଇଁ ଏହି ଗୀଷ୍ମପ୍ରବାହ ଚିନ୍ତାଜନକ ରହିଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି । ଏଥିସହିତ ଯଦି ଏହି ସମୟ ଭିତରେ ଜରୁରୀ ଆବଶ୍ୟକ ପଡ଼େ ତେବେ ମୁଣ୍ଡରେ ଓଦା କନା ସହିତ ସାଙ୍ଗରେ ପାଣିବୋତଲ ଧରି ଯାଆନ୍ତୁ।