Friday, November 6, 2026
ADVERTISEMENT
Home ଆଞ୍ଚଳିକ କୋଭିଡ୍ କଟକଣା ଭିତରେ ଆରମ୍ଭ ହେଲା ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା

କୋଭିଡ୍ କଟକଣା ଭିତରେ ଆରମ୍ଭ ହେଲା ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା

300
ADVERTISEMENT

ବ୍ରହ୍ମପୁର,୩୦/୩ (ଡ଼ି.ଏଚ/ବ୍ୟୁରୋ): ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର। ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀଙ୍କ ଆରମ୍ଭ ହୋଇଛି ଚୈତ୍ର ପର୍ବ। ସମ୍ପୂର୍ଣ୍ଣ କୋଭିଡ୍ କଟକଣା ଭିତରେ ମା ଙ୍କ ଏହି ଯାତ୍ରା ପାଳନ ହେଉଛି। ବୟସ୍କ, ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ନ ଯିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରିଛି । ଗତବର୍ଷ କରୋନାର ପ୍ରକୋପ ଲାଗି ମା ତାରାତାରିଣୀଙ୍କ ଚୈତ୍ର ପର୍ବ ଦୁଇ ପାଳି ପରେ ଆଉ ହୋଇପାରି ନ ଥିଲା। ଭକ୍ତଙ୍କ ବିନା କେବଳ ମାଆଙ୍କ ନୀତିକାନ୍ତି ପାଳିତ ହୋଇଥିଲା। ଚଳିତ ବର୍ଷ ମଧ୍ୟ କୋଭିଡ଼ର ଦ୍ବିତୀୟ ସଂକ୍ରମଣ ଆରମ୍ଭ ହୋଇ ଯାଇଥିବାବେଳେ ମାଆଙ୍କ ଯାତ୍ରା କୋଭିଡ କଟକଣା ଭିତରେ ପାଳନ ହେଉଛି।
ଭୋର ୪ଟା ରେ ମନ୍ଦିର ଖୋଲି ମାଆଙ୍କ ସ୍ୱତନ୍ତ୍ର ନୀତି ପରେ ଦର୍ଶନ ଆରମ୍ଭ ହୋଇଛି। ଭକ୍ତ ବ୍ୟାରିକେଡ଼ରେ ଯାଇ ଦର୍ଶନ କରୁଛନ୍ତି । ଏ ବର୍ଷ ଚୈତ୍ର ମାସରେ ୫ଟି ମଙ୍ଗଳବାର ପଡ଼ୁଛି। ମାର୍ଚ୍ଚ ୩୦, ଏପ୍ରିଲ ୬, ୧୩, ୨୦ ଓ ୨୭ତାରିଖରେ ମା ତାରାତାରିଣୀଙ୍କ ଚୈତ୍ର ଯାତ୍ରା ହେବ। ଅନ୍ୟପକ୍ଷରେ ତାରାତାରିଣୀ ମନ୍ଦିର ହିଲ୍ ଟପ୍ ଏବଂ ତଳ ସିଂହଦ୍ବାର ନିକଟରେ ସମନ୍ବିତ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା ହୋଇଛି। ଉକ୍ତ କଣ୍ଟ୍ରୋଲ ରୁମ୍ରେ ସିସିଟିଭି ସର୍ଭେଲାନ୍ସ ବ୍ୟବସ୍ଥା ହୋଇଥିବା ବେଳେ ପାନୀୟ ଜଳ, ସ୍ବାସ୍ଥ୍ୟ, ବିଜୁଳି ଓ ପୁଲିସ ଆଦି ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ପରିଚାଳନା କରୁଛନ୍ତି। ମାଆଙ୍କ ମନ୍ଦିର(ହିଲ୍ ଟପ୍)କୁ ଯିବା ଲାଗି ପ୍ରଶାସନ ପକ୍ଷରୁ ୧୦ଟି ବସ୍ ବ୍ୟବସ୍ଥା ହୋଇଛି। ପ୍ରତି ଯାତ୍ରୀ ପିଛା ଟିକେଟ୍ ୬୦ଟଙ୍କା ଧାର୍ଯ୍ୟ ହୋଇଛି।

Advertisement