କୋଦଳା,୩୦/୩ (ସୂର୍ଯ୍ୟନାରାୟଣ ବଡୁ) : ବେଗୁନିଆପଡା ବ୍ଲକ କୋଦଳା ଏନଏସି ଅନ୍ତର୍ଗତ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ପ୍ରଧାନ ଙ୍କ ତତ୍ୱାବଧାନ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଗୁଣି ସେଠୀ ଅଧ୍ୟକ୍ଷତା ରେ ପୋଷାକ ବିତରଣ ଉଛବ ଅନୁଷ୍ଠିତ ହୋଇଯାଇଛି । ଏହାକୁ ମୁଖ୍ୟ ଅତିଥି ଭାବେ କୋଦଳା ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରିବା ସହିତ ପୋଷାକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଛାତ୍ରଛାତ୍ରୀଙ୍କୁ କିଛି ମହତ୍ତ ଉପଦେଶ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭ ରେ ଶିକ୍ଷକ ଶରତ ଚନ୍ଦ୍ର ଜାଲି ମଞ୍ଚ ପରିଚାଳନା କରିବା ସହିତ ଅତିଥି ପରିଚୟ ପ୍ରଦାନ କରି ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ । ଏହି ଅବସର ରେ ପ୍ରଥମ ରୁ ପଞ୍ଚମ 270 ଛାତ୍ରଛାତ୍ରୀଙ୍କୁ ଦୁଇହଳ ପୋଷାକ ସହିତ ମୋଜା ଓ ବୁଟ ପ୍ରଦାନ କରାଯାଇଥିବା ବେଳେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର 369 ଛାତ୍ରଛାତ୍ରୀଙ୍କୁ ଦୁଇହଳ ପୋଷାକ ଓ ମୋଜା ଓ ବୁଟ ପ୍ରଦାନ କରାଯାଇଥିଲା !ଆଜିର ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ /ଶିକ୍ଷୟତ୍ରୀ, ଅଭିଭାବକ,ପରିଚାଳନା କମିଟି ସଦସ୍ୟ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।



















