Friday, November 6, 2026
ADVERTISEMENT
Home ଆଞ୍ଚଳିକ ଏପ୍ରିଲ ୫ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ ସକାଳୁଆ ହେବ

ଏପ୍ରିଲ ୫ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ ସକାଳୁଆ ହେବ

250
ADVERTISEMENT

ଭୁବନେଶ୍ୱର,୩୧/୩ (ଡ଼ି.ଏଚ/ବ୍ୟୁରୋ): ଏପ୍ରିଲ ୫ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ (ସବ୍ଅର୍ଡିନେଟ୍ କୋର୍ଟ) ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ଏପରି ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ। ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ଏପରି ସକାଳୁଆ ବ୍ୟବସ୍ଥାରୁ ବାଦ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜ୍‌ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Advertisement