Monday, September 7, 2026
ADVERTISEMENT
Home ଜାତୀୟ ସ୍ୱାସ୍ଥ୍ୟମନ୍ତ୍ରୀ: ଓଡ଼ିଶାକୁ ବାହାର ରାଜ୍ୟରୁ ଆସିଲେ RTPCR ଟେଷ୍ଟ ବାଧ୍ୟତାମୂଳକ

ସ୍ୱାସ୍ଥ୍ୟମନ୍ତ୍ରୀ: ଓଡ଼ିଶାକୁ ବାହାର ରାଜ୍ୟରୁ ଆସିଲେ RTPCR ଟେଷ୍ଟ ବାଧ୍ୟତାମୂଳକ

413
ADVERTISEMENT

ନୂଆଦିଲ୍ଲୀ,୦୮/୦୪(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ୯ଶହ ମୁହାଁ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍ ନିୟମାବଳୀକୁ କଡ଼ାକଡ଼ି ଲାଗୁ କରାଯାଇଛି। ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଯେଉଁମାନେ RTPCR ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ ଲାଗି କ୍ୱାରେଣ୍ଟିନରେ ରଖାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି । ଏପରିକି ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କର ବି RTPCR ଟେଷ୍ଟ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ସାନିଟାଇଜର ବ୍ୟବହାର କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସବୁ ସ୍ଥାନରେ ଏହାକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ରାଜ୍ୟରେ ଏଯାଏ କିଛି କଟକଣା ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ୍‌ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାଜ୍ୟରେ ଦିନକୁ ଅଢ଼େଇ ଲକ୍ଷ ଟିକା ଦରକାର। ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖା ଯାଇଛି।

Advertisement