Thursday, November 5, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜାରି ହେଲା ନୂଆ କଟକଣା

ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜାରି ହେଲା ନୂଆ କଟକଣା

520
ADVERTISEMENT

ବ୍ରହ୍ମପୁର,୧୪/୦୪(ସୁଦାମ ମହାରଣା) :ଜିଲ୍ଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ଆସନ୍ତା କାଲି ଠାରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ବନ୍ଦ ସମୟରେ ଧାର୍ମିକ ଅନୁଷ୍ଠାନ ଗୁଡିକ ସାନିଟାଇଜ କରାଯିବ । ବନ୍ଦ ସମୟରେ କେବଳ ପୂଜକ ମାନେ ରୀତିନୀତିରେ ପୂଜା କରିପାରିବେ। ଜିଲ୍ଲାର ସମସ୍ତ ପାର୍କ, ସମୁଦ୍ର ବେଳାଭୂମି, ହ୍ରଦ ଆସନ୍ତା କାଲି ଠାରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ପାଳନ ହେବ ନାହିଁ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି। ଯେଉଁମାନେ ଏହି ନିୟମକୁ ଅବମାନନା କରିବେ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ଜରୁରୀ କାଳୀନ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Advertisement