Friday, September 4, 2026
ADVERTISEMENT
Home ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ : ମାଟ୍ରିକ୍ ଓ +୨ ପରୀକ୍ଷା ସ୍ଥଗିତ,ଆସନ୍ତା ୧୯ରୁ ରାଜ୍ୟର ସବୁ ସ୍କୁଲ୍ ଓ...

ମୁଖ୍ୟମନ୍ତ୍ରୀ : ମାଟ୍ରିକ୍ ଓ +୨ ପରୀକ୍ଷା ସ୍ଥଗିତ,ଆସନ୍ତା ୧୯ରୁ ରାଜ୍ୟର ସବୁ ସ୍କୁଲ୍ ଓ ହଷ୍ଟେଲ୍ ବନ୍ଦ

457
ADVERTISEMENT

ଭୁବନେଶ୍ୱର,୧୫/୦୪(ଡ଼ି.ଏଚ/ବ୍ୟୁରୋ) : ସାଂପ୍ରତିକ କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ । ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସମସ୍ତ ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ ।
୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ ।

Advertisement