ଭୁବନେଶ୍ୱର,୧୬।୪(ଡ଼ି.ଏଚ୍ ବ୍ୟୁରୋ): ବଢୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି । ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି କର୍ଫ୍ୟୁ ବଳବତ୍ତର ରହିବ। ସେହିଭଳି ଛତିଶଗଡ଼ ସୀମାନ୍ତବର୍ତ୍ତୀ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଲାଗୁ ହୋଇଥିବା ନାଇଟ୍ କର୍ଫ୍ୟୁର ଅବଧିବୃଦ୍ଧି । ପୂର୍ବରୁ ନାଇଟ୍ କର୍ଫ୍ୟୁ ସମୟ ରାତି ୧୦ଟାରୁ ସକାଳ ୫ଟା ଯାଏ ଥିଲା। କିନ୍ତୁ ଏବେ ତାହା ସନ୍ଧ୍ୟା ୬ରୁ ସକାଳ ୫ ଯାଏ କରାଯାଇଛି।