ପୁରୀ,୧୬।୪(ଡ଼ି.ଏଚ୍ ବ୍ୟୁରୋ): ସପ୍ତାହରେ ଶନିବାର ଓ ରବିବାର ଦୁଇ ଦିନ ବନ୍ଦ ରହିବ ଶ୍ରୀମନ୍ଦିର । ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ । କରୋନା ସ୍ଥିତିକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ।ଏହାସହ ବାହାର ଭକ୍ତଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ ।