Friday, September 4, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୬୨୧୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୬୨୧୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ I

183
Haryana, June 26 (ANI): A health worker collects a nasal sample for Covid-19 Ag rapid antigen testing at Chakkarpur Community Centre, near DLF Phase 4, in Gurugram on Friday. (ANI Photo)
ADVERTISEMENT

ଭୁବନେଶ୍ୱର,୨୩/୪(ଡି.ଏଚ ବ୍ୟୁରୋ ): ରାଜ୍ୟରେ ଗୋଟିଏ ଦିନରେ ପୁଣି ୬ ହଜାର ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୬୨୧୫ ଜଣ ନୂଆ କରୋନା ସଂକ୍ରମିତଙ୍କ ମଧ୍ୟରୁ ସ୍ଥାନୀୟ ମାମଲା ୩୦୬୪ଟି ହୋଇଥିବାବେଳେ ୨୬୧୧ଟି କ୍ଵାରେଣ୍ଟିନ ମାମଲା ବୋଲି ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୫୦ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୭୩, ବାଲେଶ୍ୱରରୁ ୭୯, ବରଗଡ଼ରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗୀରରୁ ୨୧୧, ବୌଦ୍ଧରୁ ୨୦, କଟକରୁ ୩୮୩, ଦେବଗଡ଼ରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡ଼ାରୁ ୨୬୧, କଳାହାଣ୍ଡିରୁ ୬୮୨, କନ୍ଧମାଳରୁ ୩୪ ଜଣ, କେନ୍ଦ୍ରାପଡ଼ାରୁ ୪୧ ଚିହ୍ନଟ ହୋଇଛନ୍ତି। ସେହିପରି କେଉଁଝରରୁ ୧୫୭, କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୁରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୪୪୬, ପୁରୀରୁ ୩୦୬, ରାୟଗଡ଼ାରୁ ୧୦୫, ସମ୍ୱଲପୁରରୁ ୨୬୩, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୮୪ ଓ ଷ୍ଟେଟପୁଲରୁ ୧୯୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭଙ୍କ ସଂଖ୍ୟା ୩୯୪୬୯୪ ହୋଇଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇଛନ୍ତି। ଏଣେ ଏବେ ୩୯୧୧୭ଟି ସକ୍ରିୟ ମାମଲା ରହିଛି। କରୋନା କାରଣରୁ ଆଜି ରାଜ୍ୟରେ ୮ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର, ବଲାଙ୍ଗିର, କନ୍ଧମାଳ, ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଂଜାମ ଓ କଳାହାଣ୍ଡିରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।

Advertisement