୨୪ ଘଣ୍ଟାରେ ଭାରତରେ ୩ ଲକ୍ଷ ୫୨ ହଜାର କୋଭିଡ୍‌-୧୯ ସଂକ୍ରମଣ

144
BROCKTON - AUGUST 13: A nurse practitioner administers COVID-19 tests in the parking lot at Brockton High School in Brockton, MA under a tent during the coronavirus pandemic on Aug. 13, 2020. (Photo by David L. Ryan/The Boston Globe via Getty Images)
ADVERTISEMENT

ନୂଆଦିଲ୍ଲୀ,୨୬/୦୪(ଡ଼ି.ଏଚ/ବ୍ୟୁରୋ): ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୫୨ ହଜାର ଉପରେ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୨,୯୯୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୮୧୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୭୩,୧୩,୧୬୩ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨,୮୧୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୯୫,୧୨୩ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୧୯,୨୭୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୪୩,୦୪,୩୮୨ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୮,୧୩,୬୫୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୪,୧୯,୧୧,୨୨୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୨୫ ସୁଦ୍ଧା ସମୁଦାୟ ୨୭,୯୩,୨୧,୧୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୦୨,୩୬୭ଟି ନମୁନା।

Advertisement