ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ

117
ADVERTISEMENT

ଭୁବନେଶ୍ୱର,୦୫/୦୫(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଚିନ୍ତା ବଢାଉଛି କରୋନା ସଂକ୍ରମଣ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ମୁହାଁ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୫୬୧୧ଜଣ ସଙ୍ଗରୋଧରୁ ଓ ୪୨୭୮ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ମାମଲା ଚିହ୍ନଟ ହୋଇଛି । ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଯାଇଛି । ଦିନକରେ ସୁନ୍ଦରଗଡ଼ରେ ୧ ହଜାର ୧୩୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୭୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ଟି ଜିଲ୍ଲାରେ ସଂକ୍ରମଣ ୪ଶହ ଉପରେ ରହିଛି । ବରଗଡରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୁଳରୁ ୪୪୩, ପୁରୀରୁ ୪୩୬ ଓ କଳାହାଣ୍ଡିରୁ ୪୧୪ ନୂଆ ମାମଲା ଆସିଛି। ଝାରସୁଗୁଡ଼ାରୁ ୩୮୬, ନୂଆପଡ଼ାରୁ ୩୩୫, ବଲାଙ୍ଗୀରରୁ ୩୨୬, ଗଞ୍ଜାମରୁ ୩୧୦, ଯାଜପୁରରୁ ୨୮୨, ମୟୂରଭଞ୍ଜରୁ ୨୪୩ ଓ ନୟାଗଡ଼ରୁ ୨୨୩ ଜଣଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୬ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି।

Advertisement