ଭୁବନେଶ୍ୱର,୦୮/୦୫(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୮୦୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଙ୍ଗରୋଧରୁ ୬ ହଜାର ୬୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ ହଜାର ୧୯୪ । ଗତ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ଶହ ୨୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫ଶହ ୧୦, କଟକରୁ ହଜାରେ ୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୨୪ ହଜାର ୨୦୭ । ସୁସ୍ଥ ହୋଇଛନ୍ତି ୪ଲକ୍ଷ ୩୧ ହଜାର ୬୫୮ଜଣ । କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି ୯୦ ହଜାର ୩୩୫ଜଣ ।