ନୂଆଦିଲ୍ଲୀ,୦୮/୦୮(ଏଜେନସି ) : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜିଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି । ଆଜି ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ତାଙ୍କ ସହ ସମାଜସେବୀ ନାନାଜୀ ଦେଶମୁଖ ଓ ସଂଗୀତଜ୍ଞ ଭୂପେନ ହଜାରିକାଙ୍କୁ ମଧ୍ୟ ଭାରତ ରତ୍ନ ପ୍ରଦାନ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,ଗୃହମନ୍ତ୍ରୀ ଅମିତ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଥିଲେ । ଆସାମର ପ୍ରସିଦ୍ଧ ସଂଜ୍ଞତଜ୍ଞ ଭୁପେନ ହଜାରିକାଙ୍କୁ ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ମରଣୋତ୍ତରଭାବେ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ଏହି ତିନିଜଣଙ୍କୁ ଭାରତ ରତ୍ନ ପ୍ରଦାନ ସଂପର୍କରେ ଗତ ଜାନୁୟାରୀ ମାସରେ ଘୋଷଣା କରାଯାଇଥିଲା । ତେବେ ପ୍ରଣବଙ୍କୁ ଭାରତ ରତ୍ନ ଦେବାକୁ ନେଇ ସବୁଠାରୁ ଅଧିକ ଚର୍ଚ୍ଚା ହୋଇଥିଲା ।