Sunday, September 6, 2026
ADVERTISEMENT
Home ମୁଖ୍ୟ ଖବର ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

292
ADVERTISEMENT

ଭୁବନେଶ୍ୱର,୦୮/୦୮(ଏଜେନସି ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁର। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି। ଏହାସହ ଅନ୍ୟ ସ୍ଥାନ ଗୁଡିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Advertisement