ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି

120
BROCKTON - AUGUST 13: A nurse practitioner administers COVID-19 tests in the parking lot at Brockton High School in Brockton, MA under a tent during the coronavirus pandemic on Aug. 13, 2020. (Photo by David L. Ryan/The Boston Globe via Getty Images)
ADVERTISEMENT

ଭୁବନେଶ୍ୱର,୧୭/୦୫(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୦,୭୫୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬୦୨୪ ଚିହ୍ନଟ ହୋଇଥିବା ବେଳେ ୪୭୩୩ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର କଟକ ଜିଲ୍ଲାରୁ ସର୍ବାଧିକ ୯୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୯୦୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି। ଅପରପକ୍ଷରେ ଅନୁଗୁଳରୁ ୬୦୬, ବରଗଡ଼ରୁ ୪୦୪, ଭଦ୍ରକରୁ ୪୪୩, ବାଲେଶ୍ୱରରୁ ୩୫୪, ବଲାଙ୍ଗୀରରୁ ୫୦୩, ବୌଦ୍ଧରୁ ୧୩୩, ଦେବଗଡ଼ରୁ ୧୦୨, ଢେଙ୍କାନାଳରୁ ୨୮୯, ଗଜପତିରୁ ୧୪୧, ଗଞ୍ଜାମରୁ ୨୦୯, ଜଗତସିଂହପୁରରୁ ୩୧୯, ଯାଜପୁରରୁ ୨୮୧, ଝାରସୁଗୁଡ଼ାରୁ ୩୮୮ , କଳାହାଣ୍ଡିରୁ ୧୨୫, କନ୍ଧମାଳରୁ ୮୭, କେନ୍ଦ୍ରାପଡ଼ାରୁ ୧୪୮, କେନ୍ଦୁଝରରୁ ୨୦୮, କୋରାପୁଟରୁ ୨୮୨, ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୪୫୪, ନବରଙ୍ଗପୁରରୁ ୩୮୬, ନୟାଗଡ଼ରୁ ୨୨୭, ନୂଆପଡ଼ାରୁ ୫୦୨, ପୁରୀରୁ ୩୫୦, ରାୟଗଡ଼ାରୁ ୧୩୬, ସମ୍ବଲପୁରରୁ ୪୯୪, ସୋନପୁରରୁ ୨୪୫, ସୁନ୍ଦରଗଡ଼ରୁ ୮୩୨ଜଣ ଓ ଷ୍ଟେଟ୍ ପୁଲରୁ ୨୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୨୨୯୮୧ରେ ପହଞ୍ଚିଥିବା ବେଳେ ୫,୧୪,୫୩୨ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୬୦୬୧ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।

Advertisement