
ଭୁବନେଶ୍ୱର,୨୬/୦୫(ଡ଼ି.ଏଚ/ବ୍ୟୁରୋ): ରାଜ୍ୟରେ ଗତକାଲି ଦୈନିକ କରୋନା ସଂକ୍ରମଣ ହାରରେ ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ସଂକ୍ରମଣ ହାର ବଢ଼ିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୧,୬୨୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୬୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟସ ୫୧୧୪ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୯୮ ଓ ସୁନ୍ଦରଗଡ଼ରୁ ୬୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାରରେ ସାମାନ୍ୟ ହ୍ରାସ ପାଇଥିଲା । ରାଜ୍ୟରେ ଗତକାଲି ୧୦ ହଜାର ୯୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୧୭୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪୭୬୧ ଥିଲା। ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୨୬,୦୦୩ରେ ପହଞ୍ଚି ଥିବାବେଳେ ଆକ୍ଟିଭ କେସ ୧,୧୦,୩୭୩ରେ ରହିଛି। ମୋଟ ୬,୧୨,୯୯୩ ଜଣ ସୁସ୍ଥ ହୋଇଛନ୍ତି।