୨୪ ଘଣ୍ଟା ମଧ୍ୟରେ ଦେଶରେ ୮୪,୩୩୨ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪,୦୦୨

464
ADVERTISEMENT

ନୂଆଦିଲ୍ଲୀ,୧୨/୦୬(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୮୪ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦୦ ଟପିଯାଇଛି। ବିଗତ ୭୦ ଦିନ ମଧ୍ୟରେ ଆଜି ସର୍ବନିମ୍ନ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୪,୩୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୦୦୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୩,୫୯,୧୫୫ ଓ ମୃତ୍ୟୁସଂଖ୍ୟା ୩,୬୭,୦୮୧ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୨୧,୩୧୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୯,୧୧,୩୮୪ରେ ପହଞ୍ଚିଛି। ଏଥିସହ ଜାତୀୟ ସୁସ୍ଥତା ହାର ୯୫.୦୭%କୁ ବୃଦ୍ଧି ପାଇଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦,୮୦,୬୯୦।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୪,୯୬,୦୦,୩୦୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Advertisement